7ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ।
8ପୁଣି, ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏ ପାର୍ଶ୍ୱରୁ ସେ ପାର୍ଶ୍ୱକୁ ଲେଉଟିବ ନାହିଁ।
9ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।
10ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ଶେକଲ ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ।
11ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।