11ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,
12ଆଉ କ୍ଷୁଦ୍ର କୋଠରିସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା।
13ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
14ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।
15ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।