15ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।
16ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟିସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
17ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
18ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ।
19ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ।