17ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
18ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ।
19ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ।
20ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।
21ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।