ଯିହିଜିକଲ 40

ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।

Ezekiel 40:2 (UKJV) In the visions of God brought he me into the land of Israel, and set me upon a very high mountain, by which was as the frame of a city on the south.

1ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।

2ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।

3ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।

4ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.