ଯିହିଜିକଲ 40

ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।

Ezekiel 40:22 (UKJV) And their windows, and their arches, and their palm trees, were after the measure of the gate that looks toward the east; and they went up unto it by seven steps; and the arches thereof were before them.

20ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।

21ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍‍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।

22ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।

23ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।

24ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣ ଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.