21ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
22ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।
23ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
24ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣ ଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ।
25ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।