25ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
26ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
27ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
28ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
29ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।