27ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
28ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
29ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।
30ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।
31ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।