31ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
32ଏଥିଉତ୍ତାରେ ସେ ମୋତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।
33ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
34ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
35ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;