ଯିହିଜିକଲ 40

ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମବଳି ଧୌତ କଲେ

Ezekiel 40:38 (UKJV) And the chambers and the entries thereof were by the posts of the gates, where they washed the burnt offering.

36ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।

37ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।

38ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମବଳି ଧୌତ କଲେ

39ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।

40ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.