2ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
3ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
4ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”
5ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
6ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।