39ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।
40ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;
41ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା।
42ଆଉ, ହୋମବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖାଗଲା।
43ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।