44ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।
45ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।
46ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”
47ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।
48ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।