ଯିହିଜିକଲ 40

ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।

Ezekiel 40:47 (UKJV) So he measured the court, an hundred cubits long, and an hundred cubits broad, foursquare; and the altar that was before the house.

45ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।

46ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”

47ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।

48ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।

49ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.