5ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
6ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।
7ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
8ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ।
9ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।