7ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
8ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ।
9ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।
10ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।
11ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,