9ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରିସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରିର ସ୍ଥାନ ଥିଲା।
10କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।
11ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।
12ପୁଣି, ପଶ୍ଚିମ ଦିଗସ୍ଥ ପୃଥକ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।
13ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।