11ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।
12ପୁଣି, ପଶ୍ଚିମ ଦିଗସ୍ଥ ପୃଥକ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।
13ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
14ଆହୁରି, ପୂର୍ବ ଦିଗରେ ଗୃହର ଓ ପୃଥକ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।
15ଏଥିଉତ୍ତାରେ ପୃଥକ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);