13ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
14ଆହୁରି, ପୂର୍ବ ଦିଗରେ ଗୃହର ଓ ପୃଥକ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।
15ଏଥିଉତ୍ତାରେ ପୃଥକ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);
16ଦ୍ୱାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
17ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)