ଯିହିଜିକଲ 41

ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)

Ezekiel 41:17 (UKJV) To that above the door, even unto the inner house, and without, and by all the wall round about within and without, by measure.

15ଏଥିଉତ୍ତାରେ ପୃଥକ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍‍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);

16ଦ୍ୱାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;

17ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)

18ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପକର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।

19ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.