16ଦ୍ୱାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
17ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)
18ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପକର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।
19ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।
20ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା।