1ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।
2ପୁଣି, ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।
3ତେବେ ସେ ଭିତରକୁ ଯାଇ ପ୍ରବେଶ ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ ସ୍ଥାନ ଛଅ ହାତ; ଆଉ, ପ୍ରବେଶ ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।
4ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”