20ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା।
21ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା।
22ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”
23ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା।
24ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।