22ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”
23ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ୱାର ଥିଲା।
24ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।
25ପୁଣି, ସେହି ସବୁରେ, ଅର୍ଥାତ୍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବାରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା।
26ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।