ଯିହିଜିକଲ 41

ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”

Ezekiel 41:4 (UKJV) So he measured the length thereof, twenty cubits; and the breadth, twenty cubits, before the temple: and he said unto me, This is the most holy place.

2ପୁଣି, ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।

3ତେବେ ସେ ଭିତରକୁ ଯାଇ ପ୍ରବେଶ ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ ସ୍ଥାନ ଛଅ ହାତ; ଆଉ, ପ୍ରବେଶ ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।

4ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”

5ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।

6ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.