7ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।
8ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା।
9ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରିସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରିର ସ୍ଥାନ ଥିଲା।
10କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।
11ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।