13ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।
14ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ।”
15ଭିତର ଗୃହ ମାପିବାର ସମାପ୍ତ କଲା ଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ମୋତେ ବାହାରକୁ ଆଣିଲେ ଓ ତହିଁର ଚତୁର୍ଦ୍ଦିଗ ମାପିଲେ।
16ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।
17ସେ ଉତ୍ତର ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।