1ତହିଁ ଉତ୍ତାରେ ସେ ମୋତେ ଉତ୍ତର ଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ।
2ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା।
3ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।
4ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।