5ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।
6କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।
7ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା।
8କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା।
9ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ ସ୍ଥାନ ପଡ଼ିଲା।