7ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା।
8କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା।
9ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ ସ୍ଥାନ ପଡ଼ିଲା।
10ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରି ଶ୍ରେଣୀ ଥିଲା।
11ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରିସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା।