1ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;
2ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।
3ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।