ଯିହିଜିକଲ 43

ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।

Ezekiel 43:12 (UKJV) This is the law of the house; Upon the top of the mountain the whole limit thereof round about shall be most holy. Behold, this is the law of the house.

10ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।

11ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।

12ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।

13ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।

14ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.