17ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”
18ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି।
19ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।
20ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକୁ ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
21ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ।