ଯିହିଜିକଲ 43

ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।

Ezekiel 43:23 (UKJV) When you have made an end of cleansing it, you shall offer a young bullock without blemish, and a ram out of the flock without blemish.

21ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ।

22ପୁଣି, ତୁମ୍ଭେ ଦ୍ୱିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେହିପରି ଯଜ୍ଞବେଦିକୁ ଶୁଚି କରିବେ।

23ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।

24ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।

25ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.