ଯିହିଜିକଲ 43

ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।

Ezekiel 43:26 (UKJV) Seven days shall they purge the altar and purify it; and they shall consecrate themselves.

24ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।

25ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।

26ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।

27ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.