ଯିହିଜିକଲ 43

ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।

Ezekiel 43:3 (UKJV) And it was according to the appearance of the vision which I saw, even according to the vision that I saw when I came to destroy the city: and the visions were like the vision that I saw by the river Chebar; and I fell upon my face.

1ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍‍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;

2ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।

3ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।

4ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା।

5ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.