5ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
6ପୁଣି, ଗୃହ ମଧ୍ୟରୁ ଏକ ଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ।
7ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।
8ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
9ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।