ଯିହିଜିକଲ 43

ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।

Ezekiel 43:9 (UKJV) Now let them put away their whoredom, and the carcasses of their kings, far from me, and I will dwell in the midst of them for ever.

7ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।

8ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।

9ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।

10ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।

11ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.