1ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା।
2ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।
3କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”