ଯିହିଜିକଲ 44

ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।

Ezekiel 44:10 (UKJV) And the Levites that are gone away far from me, when Israel went astray, which went astray away from me after their idols; they shall even bear their iniquity.

8ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।

9ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

10ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।

11ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।

12କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.