ଯିହିଜିକଲ 44

କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।

Ezekiel 44:12 (UKJV) Because they ministered unto them before their idols, and caused the house of Israel to fall into iniquity; therefore have I lifted up mine hand against them, says the Lord GOD, and they shall bear their iniquity.

10ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।

11ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।

12କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।

13ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ; ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣାମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିବେ।

14ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.