15ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
16ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।
17ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ।
18ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ୱାରା ଝାଳ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ।
19ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।