20ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।
21ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।
22ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ।
23ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।
24ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।