24ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।
25ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।
26ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ।
27ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।
28ଆଉ, ସେମାନେ ଏକ ଉତ୍ତରାଧିକାର ପ୍ରାପ୍ତ ହେବେ; ଆମ୍ଭେ ସେମାନଙ୍କର ଉତ୍ତରାଧିକାର ଓ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦେବ ନାହିଁ, ଆମ୍ଭେ ସେମାନଙ୍କର ଅଧିକାର ଅଟୁ।