28ଆଉ, ସେମାନେ ଏକ ଉତ୍ତରାଧିକାର ପ୍ରାପ୍ତ ହେବେ; ଆମ୍ଭେ ସେମାନଙ୍କର ଉତ୍ତରାଧିକାର ଓ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦେବ ନାହିଁ, ଆମ୍ଭେ ସେମାନଙ୍କର ଅଧିକାର ଅଟୁ।
29ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।
30ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।
31ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ।