ଯିହିଜିକଲ 44

ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।

Ezekiel 44:5 (UKJV) And the LORD said unto me, Son of man, mark well, and behold with yours eyes, and hear with yours ears all that I say unto you concerning all the ordinances of the house of the LORD, and all the laws thereof; and mark well the entering in of the house, with every going out of the sanctuary.

3କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”

4ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।

5ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।

6ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,

7କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.