1ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।
2ତହିଁ ମଧ୍ୟରୁ ପାଞ୍ଚ ଶହ ନଳ ଦୀର୍ଘ, ପାଞ୍ଚ ଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।
3ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ।