ଯିହିଜିକଲ 45

ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।

Ezekiel 45:12 (UKJV) And the shekel shall be twenty gerahs: twenty shekels, five and twenty shekels, fifteen shekels, shall be your maneh.

10ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍‍ ରଖିବ।

11ବାତ୍‍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍‍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ।

12ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।

13ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;

14ପୁଣି, ବାତ୍‍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍‍ର ଦଶମାଂଶ ହେବ, କୋର ଦଶ ବାତ୍‍, ଅର୍ଥାତ୍‍, ଏକ ହୋମର; କାରଣ ଦଶ ବାତ୍‍ରେ ଏକ ହୋମର ହୁଏ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.