12ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।
13ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
14ପୁଣି, ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;
15ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇ ଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
16ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ।